ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ

ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ଜନସମ୍ପର୍କ ଅଭିଯାନ ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜନତା ମଇଦାନ ଗାନ୍ଧୀ ପାର୍କରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହିତ ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ପଣ୍ଡାଙ୍କ ଆବାହକତ୍ୱରେ ଜନସମ୍ପର୍କ ଅଭିଯାନର ସଂକଳ୍ପ ନିଆଯାଇଛି। ଏହି ଅବସରରେ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଜନସମ୍ପର୍କ ଅଭିଯାନର ସଂକଳ୍ପ ପାଠ କରାଇଥିଲେ।

ମହାତ୍ମା ଗାନ୍ଧୀ ଅହିଂସାର ପ୍ରତୀକ। ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସବୁବେଳେ ଦାବି କରି ଆସୁଛନ୍ତି। ଅହିଂସା ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ବିଜେଡି ସଂଗ୍ରାମ ଜାରି ରଖିବ ବୋଲି ସଂକଳ୍ପ ନିଆଯାଇଛି। ଆସନ୍ତା ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ଆରମ୍ଭ ହେବାକୁ ଥିବା ପଦଯାତ୍ରାରେ ଘର ଘର ବୁଲି ନବୀନ ପଟ୍ଟନାୟକ ସରକାରଙ୍କ ସଫଳତା ଓ ବର୍ତ୍ତମାନର ବିଜେପି ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି। ଏହା ନଭେମ୍ବର ୯ ଯାଏଁ ମାସେ ବ୍ୟାପୀ ପ୍ରତି ୱାର୍ଡ, ବ୍ଲକ, ପଞ୍ଚାୟତ, ଜିଲ୍ଲା ପରିଷଦ, ପୌରାଞ୍ଚଳ ଓ ନିର୍ବାଚନ ମଣ୍ଡଳୀରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି।

ସେ କହିଛନ୍ତି ଯେ, ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଅହିଂସାକୁ ଭାରତର ସମ୍ବିଧାନର ମୁଖବନ୍ଧରେ ସାମିଲ କରିବା ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

ତେବେ ଏହି ଜନସଂପର୍କ ପଦଯାତ୍ରା ସମୟରେ ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ନିଆଯାଇଥିବା ଲୋକାଭିମୁଖୀ କାର୍ୟ୍ୟକ୍ରମ ଗୁଡିକର ଅବତାରଣା କରିବା ସଙ୍ଗେ ସଙ୍ଗେ ବର୍ତ୍ତମାନର ସରକାର, ଦେଇଥିବା ପ୍ରତିଶୃତି ପାଳନରେ ବିଫଳତା, ମହିଳାମାନଙ୍କୁ ପ୍ରତାରଣା ଓ ନିର୍ୟ୍ୟାତନା, ଆଇନଶୃଙ୍ଖଳାର ଅଧୋଗତି, ପଞ୍ଚାୟତରେ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ବ୍ୟବସ୍ଥାକୁ ଧ୍ୱଂସ କରିବାକୁ ଅଭିସନ୍ଧି, ଚାଷୀମାନଙ୍କ ସମସ୍ୟା ପ୍ରତି ବିମୁଖତା, ଯୁବସମାଜ ଓ ଛାତ୍ରଛାତ୍ରୀଙ୍କ ସମସ୍ୟା, ଦରଦାମ ବୃଦ୍ଧି, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କୁ ଉପେକ୍ଷା ଆଦି ବିଭିନ୍ନ ପ୍ରସଙ୍ଗ ସଂପର୍କରେ ଲୋକଙ୍କୁ ସଚେତନ କରାଯିବ ସମ୍ପର୍କରେ ନେତୃମଣ୍ଡଳୀ ସଂକଳ୍ପ ନେଇଥିବା କହିଛନ୍ତି ଦେବୀ ପ୍ରସାଦ ମିଶ୍ର।

ଜନସମ୍ପର୍କ ଅଭିଯାନ ସଂକଳ୍ପ ଅବସରରେ ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୟ ଦାସ ବର୍ମା, ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର-ମଧ୍ୟ ବିଧାୟନ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ, ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗୀନ ଛୁରିଆ, ଯୁବ ସଭାପତି ଚିନ୍ମୟ ସାହୁ, ଛାତ୍ର ସଭାନେତ୍ରୀ ଇପ୍ସିତା ସାହୁ, ସାଧାରଣ ସମ୍ପାଦକ ବିଜୟ ନାୟକ, ସୁମିତ୍ରା ଜେନା, ମିନତୀ ବେହେରା, ସ୍ଥାନୀୟ କର୍ପୋରେଟର ଓ ଦଳର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଏଥିସହିତ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ମଧ୍ୟ ଜନସମ୍ପର୍କ ଅଭିଯାନର ସଂକଳ୍ପ ନେଇଛନ୍ତି ଦଳୀୟ ନେତୃବୃନ୍ଦ।

ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ

ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  ଧାମନଗର,(ସ.ପ୍ର): ଧାମନଗର ଅଞ୍ଚଳରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ବିଶେଷକରି ଧୂଷୁରୀ ଅଞ୍ଚଳରେ ବନ୍ୟାର ପ୍ରକୋପ ଅତ୍ୟନ୍ତ ଗମ୍à....

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା

ବାରିପଦା,୨୧ା୮: ମୟୂରଭଞ୍ଜର ସମୃଦ୍ଧ କଳା, ସଂସ୍କୃତି ଓ ସ୍ଥାନୀୟ ମହିଳା କାରିଗରଙ୍କ ହାତତିଆରି ପରିବେଶ ଅନୁକୂଳ ରାଖୀ ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବାରିପଦାସ୍ଥିତ ବୟନିକା ବିକ୍ରୟ à¬....

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ୱର, ତା.୨୨/୦୮:  ଓଡ଼ିଶାରେ କିଛି ବିରୋଧୀ ଦଳର ନେତାଙ୍କଠାରୁ ଆରମ୍ଭ କରି ଅନ୍ୟ ରାଜନୈତିକ ଦଳର ନେତାମାନେ ବିଭିନ୍ନ ପ୍ରକାର ମିଥ୍ୟା ତଥ୍ୟ ଦେଇ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କà....

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ

ଭୁବନେଶ୍ୱର : ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏ I ଏ ଦିଗରେ ହିନ୍ଦୀକୁ ଆଧୁନିକ ଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.